ଆଜି ରାଜ୍ୟରେ ୬୨୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଅଗଷ୍ଟ ୨୪ : ଆଜି ରାଜ୍ୟରେ ୫୩,୫୨୭ ଜଣଙ୍କର ସ୍ୱାବ ଟେଷ୍ଟ ମଧ୍ୟରୁ ୬୨୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୦ ଜଣ ୧୮ ବର୍ଷ ବୟସରୁ କମ୍‌ ବୟସର ପିଲାରହିଛନ୍ତି । ନୂତନ ସଂକ୍ରମଣଙ୍କ ମଧ୍ୟରୁ ୩୬୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୬ ଜଣ ରହିଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨ ହଜାର ୩୨୩ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧,୦୩୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୮୬ ହଜାର ୩୩୪ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮, ୪୪୩ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୭ ହଜାର ୪୯୩ ଜଣଙ୍କ ମୃତୁ୍ୟ ହେଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୨୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ବୌଦ୍ଧ, ବଲାଙ୍ଗିର, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୫୦, ବରଗଡ଼ରୁ ୬, ଭଦ୍ରକରୁ ୮, କଟକରୁ ୫୬, ଦେଓଗଡ଼ରୁ ୯, ଢ଼େଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୩୮ , ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, କନ୍ଧମାଳରୁ ୨ , କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୮, କୋରାପୁଟରୁ ୧୧, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୭, ନୟାଗଡ଼ରୁ ୧୦, ନୂଆପଡ଼ାରୁ ୧ ପୁରୀରୁ ୨୯, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୬ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Comments are closed.