ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତ ୩୮, ୩୫୩ ଏବଂ ସୁସ୍ଥ ୪୦,୦୧୩

ଭୁବନେଶ୍ୱର: ଅଗଷ୍ଟ ୧୧: ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥତା ହାର ସର୍ବାଧିକ ୯୭.୪୫ ପ୍ରତିଶତ ରହିଛି । ସେହିପରି ୪୦,୦୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ଗତ ୨୪ ଘଣ୍ଟାରେ ଦେଶରେ ୩୮, ୩୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୮୬ ହଜାର ୩୫୧ ରହିଛି ।
ଏହାସହ ଦେଶରେ ୪୯୭ ଜଣ ସଂକ୍ରମିତଙ୍କର ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୨୯ ହଜାର ୧୭୯ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୩୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୧୬ ପ୍ରତିଶତ ରହିଛି । ଦେଶରେ ମୋଟ ୫୧କୋଟି ୯୦ ଲକ୍ଷ ୮୦ ହଜାର ୫୨୪ ଜଣ ଲୋକ କରୋନା ଟିକା ନେଇସାରିଲେଣି ।

Comments are closed.