ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୭୫

ଭୁବନେଶ୍ୱର: ଅଗଷ୍ଟ ୧୧: ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮, ୭୨୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୦୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୨୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୫୨ ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୯୦ ହଜାର ୭୫ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧,୩୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୭୧୦ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୮୨ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୬ ହଜାର ୬୩୦ ଜଣଙ୍କ ମୃତ୍ୟ ହୋଇସାରିଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୩୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଗତ ୨୪ଘଣ୍ଟାରେ କୋରାପୁଟ ଜିଲ୍ଲାରେ କୌଣସି କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, କଟକରୁ ୧୪୭, ଦେଓଗଡ଼ରୁ ୪, ଢ଼େଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ଓ ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬ , କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୨, ମାଲକାନଗିରିରୁ ୫, ମୟୁରଭଞ୍ଜରୁ ୩୫, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୬, ନୁଆପଡ଼ାରୁ ୫, ପୁରୀରୁ ୪୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୋନପୁରରୁ ୫ ସୁନ୍ଦରଗଡ଼ରୁ ୬ ଏବଂ ଷ୍ଟେଟ ପୁଲରୁ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.