ଗତ ୨୪ ଘଣ୍ଟାରେ ରାଜ୍ୟରେ ହଜାରେ ତଳକୁ ଖସିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଅଗଷ୍ଟ ୧୬: ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଛି । କିନ୍ତୁ ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୦୪ ଜଣ ୦-୧୮ ବର୍ଷ ବୟସ ବର୍ଗର ପିଲା ରହିଛନ୍ତି । ଯାହା ରାଜ୍ୟରେ କରୋନାର ତୃତୀୟ ଲହର ଆରମ୍ଭର ସମ୍ଭାବନା ହୋଇପାରେ ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨,୧୧୯ ନୂଆ ଟେଷ୍ଟ ମଧ୍ୟରୁ ୮୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୦୪ ଜଣ ୧୮ ବର୍ଷ ବୟସରୁ କମ୍‌ ପିଲ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୫୦୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୬୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୯୫ ହଜାର ୪୩୩ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୦୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୨୪୦ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮୭ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରୁ ୬ ହଜାର ୯୫୩ ଜଣଙ୍କ ମୃତ୍ୟ ହେଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୨୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଗତ ୨୪ଘଣ୍ଟାରେ କୋରାପୁଟ ଓ ସୋନପୁର ଜିଲ୍ଲାରେ କୌଣସି କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୩, ଭଦ୍ରକରୁ ୧୯, ବଲାଙ୍ଗିରରୁ ୮, ବୌଦ୍ଧରୁ ୧, କଟକରୁ ୧୫୪, ଦେଓଗଡ଼ରୁ ୬, ଢ଼େଙ୍କାନାଳରୁ ୧୫, ଗଜପତିରୁ ୧, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨୩ , ଯାଜପୁରରୁ ୪୫, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦, ମାଲକାନଗିରିରୁ ୬, ମୟୁରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨୧, ନୟାଗଡ଼ରୁ ୬, ପୁରୀରୁ ୨୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୩୯, ସୁନ୍ଦରଗଡ଼ରୁ ୧୩ ଏବଂ ଷ୍ଟେଟ ପୁଲରୁ ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.