ଦିନକରେ ଦେଶରେ ୪୬,୧୬୪ କରୋନା ସଂକ୍ରମିତ ଓ ୬୦୭ ମୃତୁ୍ୟ

0

ଦିଲ୍ଲୀ: ଅଗଷ୍ଟ ୨୬ : ୨୪ ଘଣ୍ଟାରେ ଦେଶରେ ସୁସ୍ଥତା ହାର ସର୍ବାଧିକ ୯୭.୬୩ ପ୍ରତିଶତ ବୃଦ୍ଧି ପାଇଛି । ସେହିପରି ଆଜି ୩୪,୧୫୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୧୭ ଲକ୍ଷ ୮୮ ହଜାର ୪୪୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ଦେଶରେ ୪୬,୧୬୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏମାନଙ୍କୁ ମିଶାଇ ଏବେ ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୫ ରହିଛି । ଆଜି ୬୦୭ ଜଣଙ୍କର ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୩୬ ହଜାର ୩୬୫ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।
ସାପ୍ତାହିକ ସଂକ୍ରମଣ ହାର ୨.୦୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୫୮ ପ୍ରତିଶତ ଦେଶରେ ରହିଛି । ଦେଶରେ ମୋଟ ୬୦ କୋଟି ୩୮ ଲକ୍ଷ ୪୬ ହଜାର ୪୭୫ ଜଣ ଲୋକ କରୋନା ଟିକା ନେଇସାରିଲେଣି ।

Leave A Reply

Your email address will not be published.