ଦେଶରେ ବଢ଼ୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୪୫,୩୫୨ ସଂକ୍ରମିତ

0

ଦିଲ୍ଲୀ: ସେପ୍‌ଟେମ୍ବର ୩ : ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବଢ଼ୁଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫, ୩୫୨ ରହିଛି । ଆଜିର ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୯ ହଜାର ୭୭୮ ରହିଛି । ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଥିଲା ବେଳେ ଗତ ୨୪ ଘଣ୍ଟାରେ ୩୪, ୭୯୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୦ ଲକ୍ଷ ୬୩ ହଜାର ୬୧୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ଅନ୍ୟପକ୍ଷେ ଗତ ୨୪ ଘଣ୍ଟାରେ ଆଜି ୩୬୬ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୩୯ ହଜାର ୮୯୫ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୬୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୭୨ ପ୍ରତିଶତ ରହିଛି । ଦେଶରେ ମୋଟ ୬୭ କୋଟି ୯ ଲକ୍ଷ ୫୯ ହଜାର ୯୬୮ ଜଣ ଲୋକ କରୋନା ଟିକା ନେଇସାରିଲେଣି ।

Leave A Reply

Your email address will not be published.