ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ

ଭୁବନେଶ୍ୱର :ଜୁନ ୭: ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ରକ୍ତଚାପ ବୃଦ୍ଧି ଯୋଗୁ ସେ ଅସୁସ୍ଥ ହୋଇପଡିଥିଲେ । ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମେଡିକାଲ ସୂତ୍ରରୁ ଜଣାପଡିଛି । କମଳା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଅଛନ୍ତି ଓ ତାଙ୍କର ରକ୍ତଚାପ ସମସ୍ୟା ରହିଛି । ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିବା କମଳା, କୃଷି କ୍ଷେତ୍ରରେ ଏହି ସଫଳତା ପାଇଁ ତାଙ୍କୁ ୨୦୧୯ରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଏଥିସହିତ କମଳାଙ୍କୁ ରାଜ୍ୟ ସରକାର ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରିଥିଲେ ।

Comments are closed.