ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରୁ ସୌନ୍ଦର୍ଯ୍ୟକରଣ କାମ; ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର : ପୁଣି ଆରମ୍ଭ ହେବ ଅଟକି ରହିଥିବା ଶ୍ରୀମନ୍ଦିର ଚତୁଃପାଶ୍ୱର୍ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତିି । ୨୯ତାରିଖରୁ କାମ ଆରମ୍ଭ ପାଇଁ ପୁରୀ ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ଆଲୋଚନା କାଳରେ ପୁରୀ ଶ୍ରୀମନ୍ଦିର ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ଅନୁସାରେ ପୁଣି ଥରେ କାମ ଆରମ୍ଭ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ପୁରୀ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ମନ୍ଦିର ଚତୁଃପାଶ୍ୱର୍ରୁ ୭୫ ମିଟର ମଧ୍ୟରେ ଥିବା ବହୁ ପୁରାତନ ମଠ ଓ ଅଟ୍ଟାଳିକା ଗୁଡିକ ଉଚ୍ଛେଦ କରାଯାଇଥିଲା । ମାତ୍ର କରୋନା ପାଇଁ ଏହି କାମ ବନ୍ଦ ରହିଥିଲା । ରଥଯାତ୍ରା ପାଖେଇ ଆସୁଥିବାରୁ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.