ପ୍ରଥମ ଶ୍ରେଣୀ ପିଲା ବି ଇଂଲିଶ କହିବେ

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ ଇଂଲିଶ ଶିକ୍ଷା। ପିଲାମାନଙ୍କୁ ଇଂରାଜୀ ଶିକ୍ଷା ଦେବାକୁ ଅଭିଭାବକଙ୍କ ଆଗ୍ରହ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାଶ । ଏଥିସହ ବିଭିନ୍ନ ଜିଲ୍ଲାରେ ଭିତ୍ତିଭୂମି ଥିବା ୧୦୦ଟି ସ୍କୁଲ ଅଫ୍ ଏକ୍ସିଲେନ୍ସିରେ ଇଂରାଜୀ ଶିକ୍ଷାକୁ ଗୁରତ୍ୱ ଦିଆଯିବ । ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥାନକୁ ଅନ୍‌ଲାଇନ କରାଯିବାକୁ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଦ୍ୟମ ହେଉଛି। ନିମାପଡାରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଏହି ବୈଠକରେ ୨୯୪ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସିଆରସି, ବ୍ଲକ ଶିକ୍ଷା ଅଧିକାରୀ ଓ ମଣ୍ଡଳ ଅଧିକାରୀମାନେ ଯୋଗ ଦେଇଥିଲେ । ମୋ ସରକାର, ମାଟ୍ରିକ ପରୀକ୍ଷା, ସରକାରୀ ଯୋଜନାରେ ଅନୁଦାନ ଅର୍ଥର ବିନିଯୋଗ, ଫୋନି କ୍ଷତିଗ୍ରସ୍ତ ବିଦ୍ୟାଳୟର ପୁନରୁଦ୍ଧାର ସହ ୧୯ଟି ପ୍ରସଙ୍ଗରେ ସମୀକ୍ଷା ହୋଇଥିଲା।

Comments are closed.