ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି,୧ ହଜାର ଉପରେ ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଅଗଷ୍ଟ ୧୦: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬, ୮୫୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୦୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୮୮ ହଜାର ୯୯୭ ଜଣ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୧, ୪୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୭୧ ହଜାର ୩୯୧ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୯୮୮ ରହିଛି । ୨୪ ଘଣ୍ଟାରେ ରାଜ୍ୟରେ ୬୪ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୬ ହଜାର ୫୬୫ ଜଣଙ୍କ କରୋନାରୁ ମୃତ୍ୟ ହୋଇସାରିଲାଣି ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲାବେଳେ ଦ୍ୱିତୀୟ ସ୍ଥାନରେ ରହିଛି କଟକ । କଟକରୁ ଆଜି ୧୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଗତ ୨୪ଘଣ୍ଟାରେ ଝାରସୁଗୁଡ଼ା ଓ ସୋନପୁର ଜିଲ୍ଲାରେ କୌଣସି କରୋନାରେ ଆକ୍ରାନ୍ତ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୫୭, ବାଲେଶ୍ୱରରୁ ୨୩, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗିର ଓ ବୌଦ୍ଧରୁ ଜଣେ ଲେଖାଏଁ , ଦେଓଗଡ଼ରୁ ୭, ଢ଼େଙ୍କାନାଳରୁ ୧୦, ଗଜପତିରୁ ୩, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୮୧, ଯାଜପୁରରୁ ୩୬, କଳାହାଣ୍ଡି ଓ କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୭, କୋରାପୁଟରୁ ୫, ମାଲକାନଗିରିରୁ ୩, ମୟୁରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୁଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୫ ଏବଂ ଷ୍ଟେଟ ପୁଲରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.