ରାଜ୍ୟରେ ଦିନକରେ ୧,୯୨୭ କରୋନାରେ ଆକ୍ରାନ୍ତ

0

ଭୁବନେଶ୍ୱର:ଜୁଲାଇ ୨୧: କାଲି ଅପେକ୍ଷା ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଆଜି ୧ ହଜାର ୯୨୭ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧ ହଜାର ୧୧୫ ଜଣ କ୍ୱାରେଣ୍ଟିନ୍‌ରୁ ଏବଂ ୮୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଅନ୍ୟପକ୍ଷେ ଗତ ୨୪ ଘଣ୍ଟାରେ ୨ ହଜାର ୩୪୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦିନକରେ କରୋନାଜନିତ ମୃତୁ୍ୟ ହୋଇଛି ୬୯ । ଏବେ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୧୯ ହଜାର ୬୮୫ ରହିଛି । ଖୋର୍ଦ୍ଧାରେ ଆଜି ୨୨ ଜଣ ରୋଗୀଙ୍କ ମୃତୁ୍ୟ ହୋଇଥିଲା ବେଳେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଅଧିକ ରହିଛି ।
ତେବେ ୨୪ ଘଣ୍ଟାରେ ଅନୁଗୁଳରୁ ୫୫, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୨୭, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୧, ବୌଦ୍ଧରେ ୭, କଟକରୁ ୨୪୮, ଦେଓଗଡ଼ରୁ ୬, ଢ଼େଙ୍କାନାଳରୁ ୭୫, ଗଜପତିରୁ ୪, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୨୩, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୨, ଖୋର୍ଦ୍ଧାରୁ ୪୯୮, କୋରାପୁଟରୁ ୮, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୯୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୬୪, ନୂଆପଡ଼ାରୁ ୫, ପୁରୀରୁ ୧୦୩, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୩୩, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

Leave A Reply

Your email address will not be published.