ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ, ୨୪ ଘଣ୍ଟାରେ ୬୦୯ ସଂକ୍ରମିତ

0

ଭୁବନେଶ୍ୱର: ଅଗଷ୍ଟ ୩୦ : ଆଜି ରାଜ୍ୟରେ ୬୪, ୯୯୧ ସ୍ୱାବ ଟେଷ୍ଟ ମଧ୍ୟରୁ ୬୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ ୧୮ ବର୍ଷ ବୟସରୁ କମ୍‌ ବୟସର ପିଲା ରହିଛନ୍ତି । ନୂତନ ସଂକ୍ରମଣଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୭ ହଜାର ୧୧୨ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୮୩୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୬୩୦ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭, ୫୨୮ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୭ ହଜାର ୯୦୧ ଜଣଙ୍କ ମୃତୁ୍ୟ ହେଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୨୧, ବରଗଡ଼ରୁ ୪, ଭଦ୍ରକରୁ ୯,ବୌଦ୍ଧରୁ ୯, କଟକରୁ ୭୧, ଦେଓଗଡ଼ରୁ ୧୦, ଢ଼େଙ୍କାନାଳରୁ ୨୩, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୨୦ , ଯାଜପୁରରୁ ୩୬, ଝାରସୁଗୁଡ଼ାରୁ ୩, କନ୍ଧମାଳରୁ ୫ , କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୫, କୋରପୁଟରୁ ୩, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୨୬, ନୟାଗଡ଼ରୁ ୧୧, ପୁରୀରୁ ୨୦, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୬, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୮ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.