ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; ହେବନି ପୁରୀ ରଥଯାତ୍ରା

0

ଭୁବନେଶ୍ୱର : ଜୁନ ୧୮:ଚଳିତ ବର୍ଷ ପୁରୀରେ ରଥଯାତ୍ରା ହେବନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କର ଏହି ନିର୍ଦ୍ଦେଶ ଫଳରେ ରଥଯାତ୍ରା ହେବ କି ନହେବ ସେଥିନେଇ ଲାଗି ରହିଥିବା ଦ୍ୱନ୍ଦ ଏବେ ଦୂର ହୋଇଛି । ସୁପ୍ରିମକୋର୍ଟ କହିଛନ୍ତି ଯେ, ଯଦି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁମିତ ଦିଆଯିବ, ତେବେ ଆମକୁ ଭଗବାନ ଜଗନ୍ନାଥ କ୍ଷମା ଦେବେ ନାହିଁ । କରୋନା ମହାମାରୀ ସମୟରେ ଏହାକୁ ଅନୁମତି ଦିଆଯାଇ ନ ପାରେ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ଆଖି ଆଗରେ ରଖାଯାଇ ଏଭଳି ନିଷ୍ପତ୍ତି ନିଆଯାଉଛି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌.ଏ. ବୋବଡେ, ବିଚାରପତି ଏ.ଏସ୍‌.ବୋପନ୍ନା ଓ ବିଚାରପତି ହୃଷିକେଶ ରାୟଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଶୁଣାଣି କରିଛନ୍ତି । ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ବିକାଶ ପରିଷଦ ସମେତ ପାଖାପାଖି ୭ଟି ଆବେଦନ କୋର୍ଟଙ୍କ ନିକଟରେ ରହିଥିଲା,ଯାହାର ଶୁଣାଣି କରି ଏହି ରାୟ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ ।

Leave A Reply

Your email address will not be published.