ସୋମବାର ୫ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ଜୁଲାଇ ୧୨:ସୋମବାର ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବଜ୍ରପାତର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସୋନପୁର, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୫ ଜିଲ୍ଲାକୁ ମଧ୍ୟ ସୋମବାର ସୁଦ୍ଧା ସତର୍କ ରହିବାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୧୪ ଜିଲ୍ଲାକୁ ସତର୍କ ରହିବାକୁ ମଧ୍ୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଙ୍କୋନାଳ ଏବଂ ସୁନ୍ଦରଗଡ଼ ଭଳି ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି ।

Comments are closed.