୧୩ ଜିଲ୍ଲାକୁ ବଜ୍ରପାତ ବିପଦ ଜାରି ହେଲା ୟେଲୋ ୱାର୍ଣ୍ଣିଂ

By Papu Mohanty

ଭୁବନେଶ୍ୱର : May 12:ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲରେ ବଜ୍ରପାତ ସହିତ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯିବା ସହିତ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ । ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ବାଲେଶ୍ୱର ପ୍ରମୁଖ ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ।

Comments are closed.