୨୪ ଘଣ୍ଟାରେ ଦେଶରେ ୩୨୯୩୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଅଗଷ୍ଟ ୧୬ : ବର୍ତ୍ତମାନ ଦେଶରେ ସୁସ୍ଥତା ହାର ୯୭.୪୮ ରହିଛି । ମାର୍ଚ୍ଚ ୨୦୨୦ରୁ ଏପର୍ଯ୍ୟ; ଏହା ହେଉଛି ସର୍ବାଧିକ ସୁସ୍ଥତ ହାର । ସେହିପରି ଗତ ୨୪ ଘଣ୍ଟାରେ ୩୫,୯୦୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ୩ କୋଟି ୧୪ ଲକ୍ଷ ୧୧ ହଜାର ୯୨୪ ଜଣ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ଦେଶରେ ୩୨,୯୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୧ ହଜାର ୯୪୭ ରହିଛି ।
ଦେଶରେ ୪୧୭ ଜଣ ସଂକ୍ରମିତଙ୍କର ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୩୧ ହଜାର ୬୪୨ ଜଣ ରୋଗୀ ସଂକ୍ରମିତଙ୍କ ମୃତୁ୍ୟ ହେଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୦୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୭୯ ପ୍ରତିଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ମୋଟ ୫୪ କୋଟି ୫୮ ଲକ୍ଷ ୫୭ ହଜାର ୧୦୮ ଜଣ ଲୋକ କରୋନା ଟିକା ନେଇସାରିଲେଣି ।

Comments are closed.