୨୪ ଘଣ୍ଟାରେ ରାଜ୍ୟବ୍ୟାପୀ ବର୍ଷା; ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଜୁନ ୧୩:୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିଲାବେଳେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରବିବାର ମଧ୍ୟାହ@ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ବାଲାଙ୍ଗୀର, କାଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି ।

Comments are closed.