୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଅଗଷ୍ଟ ୧୩ : ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୧,୧୯୭ ସ୍ୱାବ ପରୀକ୍ଷା ମଧ୍ୟରୁ ୧,୧୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୯୮ ରହିଛି । ଏହା ସହ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୯୨ ହଜାର ୩୭୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧, ୧୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୭୫୬ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୮୦୯ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୬ ହଜାର ୭୫୭ ଜଣଙ୍କ ମୃତ୍ୟ ହୋଇସାରିଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୪୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଗତ ୨୪ଘଣ୍ଟାରେ କେବଳ କଳାହାଣ୍ଡି ଓ ସୋନପୁର ଜିଲ୍ଲାରେ କୌଣସି କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗିରରୁ ୯, ବୌଦ୍ଧରୁ ୩, କଟକରୁ ୧୬୧, ଦେଓଗଡ଼ରୁ ୫, ଢ଼େଙ୍କାନାଳରୁ ୩୧, ଗଜପତିରୁ ୨, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୫୬ , ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୨୦, କୋରାପୁଟରୁ ୪, ମାଲକାନଗିରିରୁ ୩, ମୟୁରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୯, ନୁଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୦ ଏବଂ ଷ୍ଟେଟ ପୁଲରୁ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.