୫ ଜିଲ୍ଲାକୁ ବଜ୍ରପାତ ବିପଦ; ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : 08/05: ରାଜ୍ୟର ୫ଟି ଜିଲ୍ଲା ପାଇଁ ରହିଛି ବଜ୍ରପାତ ବିପଦ । ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ପୂର୍ବାନୁମାନ କରାଯାଇଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲା ନବରଙ୍ଗପୁର, କରୋପୁଟ, ରାୟଗଡ଼ା, ଗଜପତି ଓ ମୟୁରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜି ଠାରୁ ୯ ତାରିଖ ପର୍ଯ୍ୟନ୍ତ ନବରଙ୍ଗପୁର, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ନୂଆପଡା, ଗଜପତି, ମୟୁରଭଞ୍ଜ, ବାଲେଶ୍ୱର, ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବା ସହିତ ବଜ୍ରପାତର ଆଶଙ୍କା ରହିଛି । ମେ ୯ରୁ ୧୦ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ମଧ୍ୟ ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନୁରୂପ ଆଶଙ୍କାରେ ୧୦ରୁ ୧୧ ତାରିଖରେ ପାଣିପାଗ ବିଭାଗ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଙ୍କୋନାଳ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

Comments are closed.