ଓଡ଼ିଶାକୁ ମୁହାଁଉଛି ବାତ୍ୟା !

ଭୁବନେଶ୍ୱର: ଅପ୍ରେଲ ୩୦: ମେ ୪ ତାରିଖକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା ଆଖପାଖ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କା ଦେଖା ଦେଇଛି । ଏନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ଆସି ନାହିଁ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମେ ୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ୬ ତାରିଖକୁ ଘନୀଭୂତ ହେବାର ସମ୍ଭାବନା ରହିଛି । ତେଣୁ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେବ ନା ନାହିଁ, ତାହା ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ । ସେପଟେ ଆଜି ବି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ଓଡିଶା ମଧ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହା ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ୨ ଡ଼ିଗ୍ରୀ ଯାଏଁ ତାପମାତ୍ରା ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Launching Ceremony of “AYUSHMAN BHARAT

Comments are closed.