ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟର୍ ତଥା ଦୁଇଥର ବିଶ୍ବକପ୍ ବିଜେତା ଦଳର ସଦସ୍ୟ ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ୍ ଦଳର ନୂଆ ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି। ବିସିସିଆଇ ସମ୍ପାଦକ ଜୟ ଶାହ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମରେ ସୂଚନା ଦେବା ସହ ଗମ୍ଭୀରଙ୍କୁ ସ୍ବାଗତ ଜଣାଇଛନ୍ତି। ପୂର୍ବତନ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ଼ଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ବର୍ତ୍ତମାନ ଭାରତୀୟ ଦଳ ୫ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ଶୃଙ୍ଖଳା ଖେଳିବା ପାଇଁ ଜିମ୍ବାୱେ ଗସ୍ତରେ ଅଛି। ଏହି ଗସ୍ତରେ ଭିଭିଏସ୍ ଲକ୍ଷ୍ମଣ ଦଳର କାମଚଳା ପ୍ରଶିକ୍ଷକ ଭାବେ ନିୟୋଜିତ ଅଛନ୍ତି। ତେଣୁ ଶ୍ରୀଲଙ୍କା ଗସ୍ତରୁ ଗମ୍ଭୀର ତାଙ୍କ ଦାୟିତ୍ବ ଗ୍ରହଣ କରିବେ। ଶ୍ରୀଲଙ୍କାରେ ଜୁଲାଇ ୨୭ରୁ ଅଗଷ୍ଟ ୭ ତାରିଖ ମଧ୍ୟରେ ଭାରତ ୩ଟି ଲେଖାଏଁ ଟ୍ବେଣ୍ଟି-୨୦ ଓ ଦିନିକିଆ ମ୍ୟାଚ୍ ଖେଳିବ। ୨୦୨୭ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଗମ୍ଭୀର ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ପଦରେ ରହିବେ।

Comments are closed.