ଦୈନିକ ସଂକ୍ରମଣ ୧୨ ହଜାର ଟପିଲା

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ୧୨ ହଜାର ଟପିଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୨,୫୯୧ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ୮ ମାସରେ ଏହା ସର୍ବାଧିକ ସଂକ୍ରମଣ। ଅନ୍ୟପକ୍ଷେ ଗତ ୨୪ ଘଣ୍ଟାରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ହେବା ସହ ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ୫,୩୧,୨୩୦ରେ ପହଞ୍ଚିଛି। ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪.୪୮ କୋଟି। ଦୈନିକ ପଜିଟିଭ ହାର ୫.୪୬ ପ୍ରତିଶତ ଏବଂ ସାପ୍ତାହିକ ପଜିଟିଭ ହାର ୫.୩୨ ପ୍ରତିଶତ। ସକ୍ରିୟ ମାମଲା ଏବେ ମୋଟ୍ ସଂକ୍ରମଣ ମାମଲାର ୦.୧୫ ପ୍ରତିଶତ। ଅନ୍ୟପକ୍ଷେ ଦେଶରେ ଆରୋଗ୍ୟ ହାର ୯୮.୬୭ ପ୍ରତିଶତ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଦେଶରେ ଏହାର ସ୍ଥିତି ଆକଳନ ଲାଗି ଗତକାଲି ଏକ ଉଚ୍ଚ ସ୍ତରୀୟ ବୈଠକ ହୋଇଥିଲା। ଏହି ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଅଧ୍ୟକ୍ଷତା କରିଥିଲେ। କୋଭିଡ-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସ୍ୱାସ୍ଥ୍ୟ ଭିତ୍ତିଭୂମି ଯଥା ଲଜିଷ୍ଟିକ୍ସ, ଔଷଧ, ଟିକାକରଣ ଅଭିଯାନର ସ୍ଥିତି ଏବଂ ପ୍ରସ୍ତୁତିର ସମୀକ୍ଷା ସହିତ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ସେ ଗୁରୁତ୍ୱ ଦେଇଥିଲେ।

Launching Ceremony of “AYUSHMAN BHARAT

Comments are closed.