ଭୋପାଳ : ମଧ୍ୟପ୍ରଦେଶର ଖରଗୋନରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ପୋଲ ଉପରୁ ବସ୍ ଖସି ପଡ଼ିବା ଫଳରେ ୧୫ ଜଣଙ୍କ ମୃତ୍ୟୁ ହୋଇଯାଇଛି ଏବଂ ଆହୁରି ୨୫ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ସମୟରେ ବସ୍ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ବସ୍ଟି ଇନ୍ଦୋର ଅଭିମୁଖେ ଯାଉଥିବାବେଳେ ବାଟରେ ଦୁର୍ଘଟଣା ହୋଇଛି। ଜିଲ୍ଲାପାଳ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ମଧ୍ୟପ୍ରଦେଶ ସରକାର ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଗୁରୁତର ଆହତଙ୍କୁ ୫୦ ହଜାର କ୍ଷତିପୂରଣ ଏବଂ ସାମାନ୍ୟ ଆହତଙ୍କୁ ୨୫ ହଜାର କ୍ଷତିପୂରଣ ଘୋଷଣା କରିଛନ୍ତି। ମଧ୍ୟପ୍ରଦେଶ ଗୃହ ମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି, ୨୦-୨୫ ଲୋକଙ୍କୁ ଜିଲ୍ଲା ହସ୍ପିଟାଲରେ ଚିକିତ୍ସା କରାଯାଉଛି।

Comments are closed.