ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଭାବେ ତାଙ୍କର ରହିଛି ଅନେକ କ୍ଷ୍ୟାତି । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସ୍ୟରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ରମାଦେବୀ ବିଦ୍ୟାଳୟ ଶିକ୍ଷାଲାଭ ନକରି ମଧ୍ୟ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଆଦି ଭାଷାରେ ଅଭିଜ୍ଞ ଥିଲେ । ୧୯୧୪ ମସିହା ଅପ୍ରେଲ ମାସରେ ସ୍ୱାଧୀନତା ସଂଗ୍ରାମୀ, ତତ୍କାଳୀନ ଡେପୁଟି କଲେକଫର ତଥା କଟକର ଓକିଲ ଗୋପବନ୍ଧୁ ଚୌଧୁରୀଙ୍କୁ ସେ ବିବାହ କରିଥିଲେ । ଡେପୁଟି କଲେକଫର ପଦବୀ ଛାଡ଼ି ଗୋପବନ୍ଧୁ ସ୍ୱଦେଶୀ ଆନ୍ଦୋଳନରେ ଯୋଗଦେଇଥିଲେ । ୧୯୨୧ ମାର୍ଚ୍ଚ ୨୪ ତାରିଖ ଦିନ ମହାତ୍ମା ଗାନ୍ଧୀ କଟକ କାଠଯୋଡ଼ି ବାଲି ଓ ବିନୋଦ ବିହାରୀ ପରିସରରେ ଦୁଇଗୋଟି ସାଧାରଣ ସମାବେଶରେ ଯୋଗଦେଇଥିଲେ । ଉକ୍ତ ସଭାରେ ଉପସ୍ଥିତ ଥିବା ରମାଦେବୀ ଗାନ୍ଧୀଙ୍କ ଭାଷଣରେ ପ୍ରଭାବିତ ହୋଇ ନିଜର ୨୦୦ ଭରି ସୁନା ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ଦ୍ରବ୍ୟ ସ୍ୱରାଜ୍ୟ ପା=ିକୁ ଦାନ କରିବା ସହିତ ଶସ୍ତା ଶାଢ଼ୀ ପିନ୍ଧିବା ଆରମ୍ଭ କରିଥିଲେ । ବଂଗଲକ୍ଷ୍ମୀ ପ୍ରେସର ଶାଢ଼ୀ, ଖଦୀବସ୍ତ୍ର ଓ ସ୍ୱଦେଶୀ ବସ୍ତ୍ର ଆଜୀବନ ପରିଧାନ କରିବା ପାଇଁ ସଂକଳ୍ପ କରିଥିଲେ । ରମାଦେବୀ ୧୯୩୦ର ଆଇନ ଅମାନ୍ୟ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ, ୧୯୩୪ ଅଗଷ୍ଟ ୮ ଗାନ୍ଧିଜୀଙ୍କ ପୁରୀ ହରିଜନ ସମାବେଶ ସହ ଜଗନ୍ନାଥ ମନ୍ଦିର ଆଗରେରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନର ମୁଖ୍ୟ ଦାୟିତ୍ୱ ନେଇଥିଲେ । ମଧୁସୂଦନ ଓ ଗାନ୍ଧିଙ୍କଦ୍ୱାରା ଅନୁପ୍ରାଣିତ ହୋଇ ସେ ଓ୍ୱାର୍ଦ୍ଧା ଆଶ୍ରମ ଶୈଳୀରେ ବରି ଆଶ୍ରମ ଗଢ଼ିଥିଲେ । ଏହିପରି ସେ ଅନେକ ସଂଗ୍ରାମରେ ଯୋଗଦେଇ ଅନେକ କାର୍ଯ୍ୟ କରିଥିଲେ । ୧୯୮୫ ମସିହା ଜୁଲାଇ ୨୨ଦିନ ରମାଦେବୀଙ୍କର ଦେହାନ୍ତ ହୋଇଥିଲା । ତାଙ୍କ ମୃତ୍ୟୁରେ ଓଡ଼ିଶାରେ ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଥିଲା ।