କଟକ : ଜୁଲାଇ ୧୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସହରରେ ଲାଗୁ ହୋଇଥିବା ସଟ୍ଡାଉନ୍ ଆସନ୍ତାକାଲିଠୁ ହଟିବ । ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି । ସ୍ଥିତିର ସମୀକ୍ଷା କରାଯାଇ ସଟïାଉନ୍ ହଟିବା ନେଇ ନିଷ୍ପତ୍ତି ହୋଇଥିବା କୁହାଯାଇଛି, ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍କଡାଉନ୍ କଟକଣା ଲାଗୁ ହୋଇଛି, ତାହା ପୂର୍ବଭଳି ବଳବତ୍ତର ରହିବ ବୋଲି ସିଏମ୍ସି ପକ୍ଷରୁ କୁହାଯାଇଛି । ସୋମବାର ସକାଳ ୫ଟାରୁ ସନ୍ଧ୍ୟା ୬ ଯାଏ ଦେକାନ ବଜାର ଖୋଲା ରହିବ । ସହରରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ରହିବ । ସନ୍ଧ୍ୟା ୭ଟାରୁ ସକାଳ ୫ ଯାଏ ରାତ୍ରୀକାଳୀନ କର୍ଫ୍ୟୁ । ୫୦% କର୍ମଚାରୀଙ୍କୁ ନେଇ ଖୋଲା ରହିବ ସରକାରୀ ଅଫିସ୍ । କୋଭିଡ୍ କଟକଣା ସର୍ତ୍ତ ସହ ସହରରେ ସପିଂ ମଲ୍ ଖୋଲିବ ।

Comments are closed.