ବଲାଙ୍ଗୀର: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ପାଳନା । କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ ହେଉଛି । ବଲାଙ୍ଗିରର ବିଭିନ୍ନ ସ୍ଥାନରେ ପିକେଟିଂ ଦେଖିବାକୁ ମିଳୁଛି । ଏହି ବନ୍ଦ ଡାକରାକୁ ଜିଲ୍ଲା କଂଗ୍ରେସ ସମର୍ଥନ ଜଣାଇଛି I କଂଗ୍ରେସ କର୍ମୀମାନେ ଆନ୍ଦୋଳନରେ ସାମିଲ ହୋଇ ଜୟ କୋଶଳ ନାରା ଲଗାଇଛନ୍ତି I
ପଶ୍ଚିମ ଓଡିଶାକୁ ଅବହେଳା, ବୈମାତୃକ ମନୋଭାବ,ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ ନେଇ ଏହି ମହାବନ୍ଦ ଡାକରା ଦିଆଯାଇଥିବା କମିଟି ପକ୍ଷରୁ କୁହାଯାଇଛି । ବନ୍ଦ ଡାକରାରେ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନକୁ ବନ୍ଦ ଡାକରାରେ ସାମିଲ ପାଇଁ ଆହ୍ୱାନ ଦିଆଯାଇଛି । ତେବେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କିନ୍ତୁ ସମ୍ବଲପୁରରେ ଦେଖିବାକୁ ମିଳିନାହିଁ । କାରଣ କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟିକୁ ବିରୋଧ କରିଛି ହୀରାଖଣ୍ଡ ସାମ୍ମୁଖ୍ୟ । ସାମୁଖ୍ୟ ପକ୍ଷରୁ ସମ୍ବଲପୁରରେ ଶୋଭାଯାତ୍ରା କରିବା ସହ ହୀରାଖଣ୍ଡ ନାଁରେ ସ୍ପତନ୍ତ୍ର ରାଜ୍ୟ ଦାବି କରାଯାଇଛି । ଏହାସହ ସମ୍ବଲପୁରୀ ଭାଷାକୁ ମାନ୍ୟତା ଦେବା ଦାବିରେ ଆରଡିସିଙ୍କୁ ଦାବିପତ୍ର ଦିଆଯାଇଛି ।

Comments are closed.