ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ମାଧିଆପାଲି ବ୍ରିଜ ଉପରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ମୃତାହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତି କରାଯାଇଛି । ମୃତକ ୨ ଜଣ ହେଲେ ଅର୍ଜୁନପୁରର ବସନ୍ତ ସାହୁ। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ ।
ଆଜି ଦିନ ପ୍ରାୟ ୧୨ ସମୟରେ ବସନ୍ତ ଓ ଅନ୍ୟ ଜଣେ ଯୁବକ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ । ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ବାଇକ୍ ସହ ସେମାନଙ୍କ ଗାଡ଼ିର ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବସନ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଅନ୍ୟଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Comments are closed.