ହାଇୱା ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

0

ଯାଜପୁର : ମର୍ମନ୍ତୁଦ ସଡକ ଦୁର୍ଘଟଣା । ହାଇୱା ଧକ୍କାରେ ୨ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ – ଡ଼ୁବୁରୀ ୫୩ନଂ ଜାତୀୟ ରାଜପଥର କୁସୁନପୁର ନିକଟରେ ଘଟିଛି ଦୁର୍ଘଟଣା ।

ଆଜି ସକାଳେ ବାଇକରେ ୩ଜଣ ଯୁବକ ଯାଉଥିବା ବେଳେ ପଛପଟୁ ଆସି ଢାକ୍କା ଦେଇଥିଲା ହାଇୱା । ଏଥିରେ ୩ ଜଣ ଗୁରୁତର ହୋଇ ରାସ୍ତା ଉପରେ ଛିଟିକି ପଡ଼ିଥିଲେଇ ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ବଡ଼ଚଣା ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ୨ଜଣଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଅନ୍ୟଜଣେ ଗୁରୁତରକୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତକଙ୍କ ପରିଚୟ ମିଳି ପାରିନଥିବା ବେଳେ ଘଟଣାସ୍ଥଳରେ ଜେନାପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

Govt
Leave A Reply

Your email address will not be published.