ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଉତ୍ତରଖାତା ରିଚେକିଂ ପାଇଁ ଆବେଦନ ଆରମ୍ଭ । ଜୁନ୍ ୧୩ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଉତ୍ତରଖାତା ପୁନଃ ଯାଞ୍ଚ ବା ରିଚେକିଂ ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।
ଉତ୍ତରଖାତା ପାଇବାକୁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କୁ ଜୁନ୍ ୫ରୁ ୧୮ ତାରିଖ ପର୍ଯ୍ୟନ୍ତ ଖାତା ପ୍ରଦାନ କରାଯିବ । ଜୁନ୍ ମାସରୁ ଯୁକ୍ତ ୨ ଖାତା ପୁନଃ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ । ଏହାପରେ ଜୁଲାଇ ୧୫ ସୁଦ୍ଧର ଇନଷ୍ଟାଣ୍ଟ ପରୀକ୍ଷା ଫଳ ସହ +୨ ପୁନଃ ମୂଲ୍ୟରାୟନ ଫଳ ପ୍ରକାଶ ପାଇବ । ଉତ୍ତର ଖାତାଗୁଡ଼ିକ ମୂଲ୍ୟାୟନ ପାଇଁ ପରିଷଦ ପକ୍ଷରୁ ଅଧ୍ୟାପକଙ୍କ ତାଲିକା ପ୍ରସ୍ତୁତ ହେଉଛି ।
ସୂଚନାନୁସାରେ,ଗତ ମେ ୨୧ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଏଥର ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ପରୀକ୍ଷାରେ ପାସ୍ ହୋଇଥିଲେ । ତେବେ ଯେଉଁ ଛାତ୍ରଛାତ୍ରୀ ମାନେ ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ରହିଛନ୍ତି ସେମାନେ ଆଜିଠାରୁ ପୁନଃ ପରୀକ୍ଷା ଖାତା ଯାଞ୍ଚ ପାଇଁ ଆବେଦନ କରିପାରିବେ ।

Comments are closed.