ଛତିଶଗଡ଼ : ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲାର ପୁଷଗୁତ୍ରା ଜଙ୍ଗଲରେ ଡିଆରଜି ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟି ୨ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଥିବା ଜଣାପଡିଛି । ମୃତ ଗମନାଙ୍କ ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା । ଘଟଣାସ୍ଥଳରୁ ଦୁଇଟି ରାଇଫଲ ଓ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା କୁକାନାର ଥାନା ଅଂଚଳରେ ଡିଆରଜି ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି । ଯବାନଙ୍କ ଗୁଳିର ସାମନା କରି ନ ପାରି ମାଓବାଦୀ ମାନେ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି। ସୁକୁମା ପୋଲିସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛିା

Comments are closed.