୨୨୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିଷ୍ପତି କ୍ରମେ ରାଜ୍ୟର ୨୨୩ କଲେଜ ପ୍ରିନ୍ସିପାଲଙ୍କ ଦରମା ବନ୍ଦ ପାଇଁ ନିଷ୍ପତି ନିଆ ଯାଇଛି I କର୍ତ୍ତବ୍ୟରେ ଅବହେଳା ପାଇଁ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ରହିଛି । ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି।ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ମୁଖ୍ୟ କିରାଣି/କିରାଣିଙ୍କ ଦରମା ବନ୍ଦ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।

Govt

Comments are closed.