୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ

୩ ମାସ ମଧ୍ୟରେ ଶିଳ୍ପାଞ୍ଚଳର ସମସ୍ତ ସମସ୍ୟା ସମାଧାନ, କୋଭିଡ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ସ୍ୱତନ୍ତ୍ର ନୀତି ଆସିବ , ସବୁ ଇଡ୍‌କୋ ଶିଳ୍ପାଞ୍ଚଳରେ ଶ୍ରମିକମାନଙ୍କ ପାଇଁ ହଷ୍ଟେଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ ପାଣ୍ଡିଆନ ଗତକାଲି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳମାନ ପରିଦର୍ଶନ କରିଥିଲେ । ଏହି ସମୟରେ ସେ ଶିଳ୍ପଦ୍ୟୋଗୀ କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇଆଇଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଶିଳ୍ପଞ୍ଚଳମାନ ସଚିବ ଗସ୍ତ କରିଥିଲେ ।

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ
ଆଲୋଚନା ପରେ ୫-ଟି ସଚିବ ପାଣ୍ଡିଆନ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଏହି ଆଲୋଚନା ଚକ୍ରରେ ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାଅନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତାମାନେ ଭାଗ ନେଇଥିଲେ । ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକଗୁଡିକର ପାର୍କିଂ ସମସ୍ୟା, ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା ।

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ
ବୈଠକରେ ବହୁ ଇଣ୍ଡ୍ରଷ୍ଟ୍ରିଆଲ୍‌ ଇଷ୍ଟେଟ୍‌ର ପ୍ରାୟ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି । ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନମାନଙ୍କ ପାଇଁ ସ୍ୱତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ
ଏହାପରେ ୫-ଟି ସଚିବ ଜୟମଙ୍ଗଳ ଶିଳ୍ପାଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ । ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟମାନଙ୍କ ସହିତ ଆଲୋଚନା କରିଥିଲେ । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ । ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଡ୍‌କୋ ଶିଳ୍ପଦ୍ୟୋଗୀ କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ପରିଚାଳନା ନିର୍ଦ୍ଦେଶକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Govt

Comments are closed.