ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ – ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ୮୨୬ ପିଜିଟି ଶିକ୍ଷକ ପଦବୀ ପୂରଣ କରିବେ ରାଜ୍ୟ ସରକାର । ଆସନ୍ତା ୬ ତାରିଖରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି । ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି । ଖୁବ୍‌ଶୀଘ୍ର ଏହା ପୂରଣ ହେବ । ଏହାସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ୍ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Govt

Comments are closed.