୯ ତାରିଖ ସରକାରୀ ଛୁଟି,ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର : ସେପ୍ଟେମ୍ବର ୮ ରବିବାର ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଏଥିପାଇଁ ୯ ତାରିଖ ସୋମବାରକୁ ସରକାରୀ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେଣୁ ୯ ତାରିଖ ଅର୍ଥାତ ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ଏବଂ ବ୍ୟାଙ୍କିଙ୍ଗ ସଂସ୍ଥା ବନ୍ଦ ରହିବ । ଏହା ସହିତ ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।

Govt

Comments are closed.