୨୪ ଘଣ୍ଟାରେ ରାଜ୍ୟରେ ୫୮୦ କରୋନା ସଂକ୍ରମିତ ଓ ୪ ମୃତ

ଭୁବନେଶ୍ୱର: ସେପ୍‌ଟେମ୍ବର ୧୬ : ଆଜି ରାଜ୍ୟରେ ୬୦, ୭୨୨ ସ୍ୱାବ ଟେଷ୍ଟ ମଧ୍ୟରୁ ୫୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୮ ହଜାର ୨୯୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୬୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୧୬୪ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୯୬୩ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୧୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

 

 

 

 

 

Comments are closed.