୨୪ ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ସଂକ୍ରମିତ ଏବଂ ୪୧୭ ସୁସ୍ଥ

ଭୁବନେଶ୍ୱର: ସେପ୍‌ଟେମ୍ବର ୨୪ : ଆଜି ରାଜ୍ୟରେ ୬୮, ୮୧୮ ସ୍ୱାବ ଟେଷ୍ଟ ମଧ୍ୟରୁ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୩ ହଜାର ୧୩୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୧୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୮୮ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୮୨୯ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୬୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

 

Govt

Comments are closed.