୨୪ ଘଣ୍ଟାରେ ରାଜ୍ୟରେ ୫୯୩ କରୋନା ସଂକ୍ରମିତ ଏବଂ ୪ ମୃତ

ଭୁବନେଶ୍ୱର: ଅକ୍‌ଟୋବର ୦୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧, ୭୪୯ ସ୍ୱାବ ଟେଷ୍ଟ ମଧ୍ୟରୁ ୫୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୦ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୯ ହଜାର ୪୧୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୫୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୧୬୫ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୨୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୯୬୭ ରହିଛି ।

 

 

 

 

Govt

Comments are closed.