୨୪ ଘଣ୍ଟାରେ ରାଜ୍ୟରେ ୩୨୨ ଜଣ କରୋନା ସଂକ୍ରମିତ ଓ ୪୪୧ ସୁସ୍ଥ

ଭୁବନେଶ୍ୱର: ନଭେମ୍ବର ୦୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬, ୫୪୨ ସ୍ୱାବ ଟେଷ୍ଟ ମଧ୍ୟରୁ ୩୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୨ ହଜାର ୪୨୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୪୪୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୦ ହଜାର ୨୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୪୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ରହିଛି ।

 

Launching Ceremony of “AYUSHMAN BHARAT

Comments are closed.