୨୪ ଘଣ୍ଟାରେ ଦେଶରେ ୬, ୮୨୨ କରୋନା ସଂକ୍ରମିତ ଏବଂ ୨୨୦ ମୃତ

ଦିଲ୍ଲୀ: ଡିସେମ୍ବର ୦୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୮୨୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୦୦୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୭୯ ହଜାର ୬୧୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୫ ହଜାର ୧୪ ରହିଛି । ୨୪ ଘଣ୍ଟାରେ ଦେଶରେ ୨୨୦ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୩ ହଜାର ୭୫୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୨୮. ୭୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Govt

Comments are closed.