ଦିଲ୍ଲୀ: ଜାନୁଆରୀ ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୩୮ ହଜାର ୦୧୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୫୭ ହଜାର ୪୨୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୦୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୭ ଲକ୍ଷ ୩୬ ହଜାର ୬୨୮ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୪. ୯୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୪. ୪୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୫୮ .୦୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୮, ୮୯୧ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଛନ୍ତି ।

Comments are closed.