୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ

ଦିଲ୍ଲୀ: ଜାନୁଆରୀ ୨୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୫ ହଜାର ୮୭୪ ରହିଛି । ଗତକାଲି କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ଥିଲା ବେଳେ ଆଜି ୨ ଲକ୍ଷ ପାଖାପାଖି ରହିଛନ୍ତି, ଯାହା ଏକ ଆଶ୍ୱସ୍ତିକର କଥା । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୭ ହଜାର ୭୫୩ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୧୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୭୦ ଲକ୍ଷ ୭୧ ହଜାର ୮୯୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୨ ଲକ୍ଷ ୩୬ ହଜାର ୮୪୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୭.୧୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୫. ୫୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୬୨ . ୯୨ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି । ୨୪ ଘଣ୍ଟାରେ ୬୧୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Launching Ceremony of “AYUSHMAN BHARAT

Comments are closed.