ଦିଲ୍ଲୀ: ମାର୍ଚ୍ଚ ୧୫ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୬୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୨୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୪୬ ହଜାର ୧୭୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ କରୋନାରେ ୯୭ ଜଣଙ୍କର ମୃତୁ୍ୟ ହୋଇଥିବା ସୂଚନା ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୫ ଲକ୍ଷ ୧୫ ହଜାର ୯୭୪ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।
ଦେଶରେ ଦୈନିକ ସଂକ୍ରମଣ ହାର ୦. ୩୭ ପ୍ରତିଶତ ରହିଥିଲାବେଳେ ସାପ୍ତାହିକ ସଂକ୍ରମଣ ହାର ୦.୪୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୮୦. ୪୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Comments are closed.