ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ତମ ଶ୍ରାଦ୍ଧ ବାର୍ଷିକୀ

ଭୁବନେଶ୍ୱର: ଅପ୍ରେଲ ୨୧: ଜଣେ ଜନନେତା ଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ।ମହାଜନ ନାୟକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭୁବନେଶ୍ୱର କଂଗ୍ରେସ ଭବନରେ ପାଳିତ ହୋଇଯାଇଛି ସ୍ମୃତିରେ ଜାନକୀ ବଲ୍ଲଭ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳୀ ଉତ୍ସବ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି କଂଗ୍ରେସ ଭବନ ପରିସରରେ ଜାନକୀ ବଲ୍ଲଭଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୀବନୀ ସଂଘର୍ଷ ତଥା କର୍ତ୍ତବ୍ୟ ନିଷ୍ଠତା ସମ୍ପର୍କରେ ସ୍ମୃତିଚାରଣ କରିଥିଲେ ।ଏଥିସହ ଓଡ଼ିଆ ଜାତିର ଅଭିବୃଦ୍ଧି ତଥା ୧୯୭୭ ମସିହା ପରଠାରୁ କଂଗ୍ରେସ ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି କହିଛନ୍ତି ସଭାପତି ନିରଞ୍ଜନ ପଟ୍ଟନାୟକ । ଏହି ଅବସରରେ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ରହି କଂଗ୍ରେସ ଭବନ ପରିସରରେ ଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Govt

Comments are closed.