ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂତନ ଅଦାଲତ

ଭୁବନେଶ୍ୱର: ମଇ ୦୨: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏହା ମାନ୍ୟବର ଉଚ୍ଚ ନ୍ୟାୟାଳୟର ଅନୁମୋଦନ ପାଇବା ପରେ ବିଜ୍ଞପ୍ତି ପ୍ରକାଶ ପାଇବ। କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଆଇନ ସଚିବ ପ୍ରତାପ କୁମାର ପାତ୍ର ପ୍ରମୁଖ ରହିଛନ୍ତି। ଏହି କମିଟି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଥିବା ବେଳେ ଅନ୍ୟ ୭ଟି ଜିଲ୍ଲା ଏବଂ ସେସନ କୋର୍ଟ ପ୍ରତିଷ୍ଠାକୁ ମଞ୍ଜୁରି ଦେଇଛନ୍ତି। ଏଥିମଧ୍ୟରେ ଭୁବନେଶ୍ୱରରେ ଦୁଇଟି, ବାଲେଶ୍ୱର ଜିଲ୍ଲାର ସୋର ଓ ଜଳେଶ୍ୱରରେ ଗୋଟିଏ କରି ଯାଜପୁର ଜିଲ୍ଲାର ଚଣ୍ଡିଖୋଲ, କେରାପୁଟ ଏବଂ ଗଜପତି ଜିଲ୍ଲାର ଆର.ଉଦୟଗିରି ଠାରେ ରହିଛି।

Govt

Comments are closed.