୨୪ ଘଣ୍ଟାରେ ଦେଶରେ ୨, ୮୫୮ କରୋନା ସଂକ୍ରମିତ ଓ ୩, ୩୫୫ ସୁସ୍ଥ

ଦିଲ୍ଲୀ: ମେ ୧୪ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୫୮ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୪ କୋଟି ୩୧ ଲକ୍ଷ ୧୯ ହଜାର ୧୧୨ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ଆଜି ୩, ୩୫୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୭୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୫ ଲକ୍ଷ ୭୬ ହଜାର ୮୧୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୧ ଜଣ କରୋନା ରୋଗୀଙ୍କର ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟ; ଦେଶରେ ୫ ଲକ୍ଷ ୨୪ ହଜାର ୨୦୧ ଜଣ କରୋନାରେ ପ୍ରାଣ ହରାଇ ସାରିଲେଣି ।

ଦେଶରେ ଦୈନିକ ସଂକ୍ରମଣ ହାର ୦. ୫୯ ପ୍ରତିଶତ ରହିଥିଲା ବେଳେ ସାପ୍ତାହିକ ସଂକ୍ରମଣ ହାର ୦. ୬୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୯୧. ୧୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Launching Ceremony of “AYUSHMAN BHARAT

Comments are closed.