ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ମେ ୧୬: ଖୁବ୍‌ ଶିଘ୍ର ତାତିରୁ ମୁîକ୍ତି ମିଳିବ ବୋଲି ଆଜି ରାଜ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ପ୍ରବେଶ କରିଛି । ଏହାର ପ୍ରଭାବରେ ଆସନ୍ତାକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ, ଏହି ଦକ୍ଷିଣ-ପଶ୍ଚିମ ମୌସୁମୀ ପୂର୍ବରୁ ଆଉ ଏକ ଲଘୁଚାପ ଆସୁଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି । ଏହା ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ । ତା’ପରେ ରୂପରେଖ ଏବଂ ପରବର୍ତୀ ପ୍ରଭାବ ସମ୍ପର୍କରେ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କି;ୁ ଏହା ଅଧିକ ଘନୀଭୂତ ହୋଇନପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି ।

ଏସବୁ ଭିତରେ ଆସନ୍ତାକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହି ଜିଲ୍ଲାମାନଙ୍କ ମଧ୍ୟରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ , ଯାଜପୁର, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ ,ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କେରାପୁଟ, ଗଜପତି ଓ ମାଲକାନଗିରି ରହିଛି ।

Comments are closed.