ଭୁବନେଶ୍ୱର: ଆସୁଛି ବାତ୍ୟା । ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ ଏହି ବିପଦ ମାଡ଼ିଆସୁଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେବା ପରେ ଅପରାହ୍ନ ୪ଟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ବସିବ । ଏହି ବୈଠକରେ ବାତ୍ୟା ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯିବ ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ #ବାତ୍ୟା ସମ୍ଭାବନା !!!
ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ pic.twitter.com/yVUqSfcwbx
— Meteorological Centre, Bhubaneswar (@mcbbsr) October 18, 2022
ଅନ୍ୟପକ୍ଷରେ, ବାତ୍ୟା ପାଇଁ କର୍ମଚାରୀଙ୍କୁ ହେଡକ ୍ୱାର୍ଟର ଛାଡ଼ିବା ପାଇଁ ମନା କରାଯାଇଛି । ଏବେଠାରୁ ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ ୍ୱାର୍ଟର ଛାଡ଼ିବାକୁ ମନା ହୋଇଛି ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିବ । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାଶ୍ୱବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।
Comments are closed.