ଭୁବନେଶ୍ୱର : ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶାରେ କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ। ସେହିଭଳି ପୁରୁଷ ହକି ବିଶ୍ଵକପ୍କୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏହା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି । ବିଶ୍ଵକପ୍ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ ।
ବୈଠକରେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡ଼ିଶାରୁ ୧୦୦ ଅଲମ୍ପିଆନ୍ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ୍ ବୋଲି ମତପ୍ରକାଶ କରିଥିଲେ। ବିଶ୍ୱକପ୍ ହକିର ଆୟୋଜନରେ କେବଳ ଓଡ଼ିଶା ନୁହେଁ ସାରା ଦେଶର ସମ୍ମାନ ଜଡ଼ିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । କ୍ରୀଡ଼ାର ଉନ୍ନତି ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇଥିଲେ ବିଭିନ୍ନ ରାଜନୈତିକ ଦଳ । ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଉରକେଲା-ଭୁବନେଶ୍ଵର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । କ୍ରୀଡ଼ା ସଚିବ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ଯାଏ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ ।
Comments are closed.