ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି ।

ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।

ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମ ବେଦନା ଜଣାଇ ଛନ୍ତି।

Launching Ceremony of “AYUSHMAN BHARAT

Comments are closed.