ଭୁବନେଶ୍ୱର : ଫେବୃଆରୀ ୧୮ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ରାଜ୍ୟର ୧୨୬୮ ପରୀକ୍ଷା କେନ୍ଦ୍ର ରେ ଅନୁଷ୍ଠିତ ହେବ ପରୀକ୍ଷା । ୮ ଟି ଉପ କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ସକାଳ ୧୦ ଘଟିକା ଠାରୁ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ପରୀକ୍ଷା ହେବ । ୧୮ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର MIL (ଓଡ଼ିଆ) ପରୀକ୍ଷା ଅଛି। ୧୯ ତାରିଖରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ।ଏ ନେଇ ସିଏଚଏଇ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୪୮୫ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହେବ ।
ମାର୍ଚ୍ଚ ୨୭ ଯାଏ ଚାଲିବ ଯୁକ୍ତ ଦୁଇ ପରୀକ୍ଷା। ସେହିପରି ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ଅନୁଷ୍ଠିତ ହେବ। ଉଭୟ ରେଗୁରାଲ ଓ ଏକ୍ସ ରେଗୁରାଲ ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ସୂଚୀ ପୂର୍ବରୁ ପ୍ରକାଶ ପାଇଛି।
୧୮ରୁ ବିଜ୍ଞାନ ବିଭାଗର ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ କଳା ଓ ବାଣିଜ୍ୟ ବିଭାଗ ପରୀକ୍ଷା ୧୯ରୁ ଏବଂ ଧନ୍ଦାମୂଳକ ପରୀକ୍ଷା ୨୦ରୁ ଆରମ୍ଭ ହେବ। ଜାନୁୟାରୀ ୨ରୁ ୧୨ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ବିଜ୍ଞାନ ବିଭାଗ ପରୀକ୍ଷାର ପ୍ରଥମ ଦିନ ୧୮ ତାରିଖରେ ସାହିତ୍ୟ ପରୀକ୍ଷା ହେବ। ସେହିପରି ୧୯ରେ କଳା ଓ ବାଣିଜ୍ୟ ପରୀକ୍ଷାର୍ଥୀଙ୍କ ପାଇଁ ସାହିତ୍ୟ ପରୀକ୍ଷା କରାଯିବ।

Comments are closed.